ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସୂଚନାନୁସାରେ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଝାରସୁଗୁଡ଼ା, ସୁନ୍ଦରଗଡ଼,ଦେବଗଡ଼, ନୂଆପଡ଼ା ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ଏସବୁ ଜିଲାରେ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri