ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସୂଚନାନୁସାରେ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଝାରସୁଗୁଡ଼ା, ସୁନ୍ଦରଗଡ଼,ଦେବଗଡ଼, ନୂଆପଡ଼ା ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ଏସବୁ ଜିଲାରେ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?