ଚାନ୍ଦବାଲିରେ ପ୍ରବଳ ବର୍ଷା, ଲୋକଙ୍କୁ କରାଯାଉଛି ସ୍ଥାନାନ୍ତର

ଭଦ୍ରକ,୨୪।୧୦(ସନାତନ ରାଉତ): ଭୀଷଣ ବାତ୍ୟାର ରୂପ ନେଲା ଦାନା। ପାଣିପାଗ ବିଭାଗ ସୂଚନା ମୁତାବକ, ବାତ୍ୟା ଦାନା ଗୁରୁବାର ରାତିରେ ଧାମରା ନିକଟରେ ସ୍ଥଳଭାଗ ଛୁଇଁବ l ଧାମରା ଠାରୁ ୨୯୦ କିମି ଦୂରରେ ରହିଛି ବାତ୍ୟା l ବାତ୍ୟାର ବାହ୍ୟ ପରିଧି ଧାମରା ଉପକୂଳ ଛୁଇଁ ସାରିଥିବାରୁ ବୁଧବାର ଅପରାହ୍ନରୁ ବର୍ଷା ପବନ ଆରମ୍ଭ ହୋଇଛି l ଗୁରବାର ସକାଳୁ ମଧ୍ୟ ଝିପିଝିପି ବର୍ଷା ସାଙ୍ଗକୁ ପବନ ଚାଲିଛି l

ପ୍ରଶାସନ ପକ୍ଷରୁ ଜିଲାର ୧୦୫ ବାତ୍ୟା ଆଶ୍ରୟ ସ୍ଥଳୀ ସହ ୫ ଶହରୁ ଉର୍ଦ୍ଧ୍ୱ ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖାଯାଇଛି l ଆଶ୍ରୟସ୍ଥଳରେ ଚୁଡା ଗୁଡ଼, ବିସ୍କୁଟ ଆଦି ଶୁଖିଲା ଖାଦ୍ୟ ଓ ପାନୀୟ ଜଳ, ଔଷଧ ମହଜୁଦ ରଖାଯାଇଛି l ଗୁରୁବାର ଠାରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ଜିଲାପାଳ ଦିଲ୍ଲୀପ ରାଉତରାଏ ସୂଚନା ଦେଇଛନ୍ତି l ସମୁଦ୍ର ଓ ନଦୀ କୂଳ ଅଞ୍ଚଳବାସୀ ଘର ଛାଡି ଆଶ୍ରୟସ୍ଥଳକୁ ପଲାଇ ଆସିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ ସହ ଉଦ୍ୟମ ଜାରି ରହିଛି l ବୁଧବାର ରାତିରୁ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସକାଳୁ ଲୋକଙ୍କୁ ବୁଝାସୁଝା କରି ସ୍ଥାନାନ୍ତର କରାଯାଉଛି l ଚାନ୍ଦବାଲିରେ ସକାଳୁ ୩୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି l ବେଳାଭୂମିକୁ ନଯିବାକୁ ସତର୍କ କରାଯାଇଛି l ସାମୁଦ୍ରିକ ଜୁଆର ଆସିବ ବୋଲି ସତର୍କ କରାଯାଇଛି l ନିଜେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ରାତିରେ ଧମରରେ ରହି ସ୍ଥିତି ଅନୁଧ୍ୟାନ ଓ ସମୀକ୍ଷା କରିଛନ୍ତି l ଜିଲାପାଳ ଆଶ୍ରୟ ସ୍ଥଳ ପରିଦର୍ଶନ କରି ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି l ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇ ପୁରା ପ୍ରଶାସନ କରୁଛି ବୋଲି ଜିଲାପାଳ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri