ଗୁଣପୁରରେ ଲଗାଣ ବର୍ଷା: ବଂଶଧାରାରେ ବନ୍ୟା, ଧାନ ଫସଲ ନଷ୍ଟ, ୧୦ ଗାଁ ବିଚ୍ଛିନ୍ନ

ଗୁଣପୁର,୨।୧(ପ୍ରଦୀପ କୁମାର ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷାରୁ ରାୟଗଡ଼ା ଜିଲାର ଗୁଣପୁର ବ୍ଲକରେ ବ୍ୟାପକ କ୍ଷୟକ୍ଷତି। ସକାଳୁ ୧୬୦ ମି.ମି. ବର୍ଷା ରେକର୍ଡ୍ ହୋଇଛି। ବଂଶଧାରା ନଦୀର ବିପଦ ସଙ୍କେତ ୮୪ ମିଟରରେ ରହିଥିବାବେଳେ ରାତି ୯ଟାରେ ୮୩.୮୫ ମିଟରରେ ପ୍ରବାହିତ; ଏହା ଏବର୍ଷର ପ୍ରଥମ ବନ୍ୟାଜଳ।

ଟଲଣା-ବଡ଼ମସିଂ ରାସ୍ତାରେ ଗେଡୁ ବ୍ରିଜର ଆପ୍ରୋଚ୍ ଧୋଇ ହୋଇଯାଇଛି, ୧୦ଟି ଗାଁ ପ୍ରଭାବିତ ଓ ଚଳାଚଳ ବନ୍ଦ। ଶଗଡ଼ା ଗାଁରେ ନାଳରୁ ପାଣି ପ୍ରବାହରୁ ଧାନ ଜମି ବାଲିଚର, କାଟିବା ପୂର୍ବରୁ ନଷ୍ଟ। ପୁଟସିଂ-ଶଗଡ଼ା ରାସ୍ତା ବାଧାପ୍ରାପ୍ତ। ଚାଷୀମାନେ ସରକାରୀ ସହାୟତା ଅପେକ୍ଷରତ।

ଗୁଣପୁର ଉପଜିଲାପାଳ ଦିଲୀପ ଅଭିଷେକ ଦୁଧାଲ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରି ଅଧିକାରୀମାନଙ୍କୁ ଯୁଦ୍ଧକାଳୀନ ଭାବେ କାର୍ଯ୍ୟ ନିର୍ଦ୍ଦେଶ ଦେଇଛନ୍ତି। ପୁଟସିଂ ବାଳିକା ବିଦ୍ୟାଳୟର ଭାଙ୍ଗିଥିବା ପାଚେରୀ, ଶଗଡ଼ା-ପୁଟସିଂ ରାସ୍ତା, ଟଲଣା-ଡ଼ମ୍ବସରା କଲଭର୍ଟ ଓ ବ୍ରିଜ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri