Posted inଜାତୀୟ

କଶ୍ମୀର, ହିମାଚଳରେ ବର୍ଷା ବିତ୍ପାତ: ୨୧ ମୃତ

ଶିମଲା/ଜମ୍ମୁ, ୨୯।୭(ପି.ଟି.): ହିମାଚଳପ୍ରଦେଶ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପ୍ରବଳ ବର୍ଷା ଯୋଗୁ ବୁଧବାର ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଲଗାଣ ବର୍ଷାଜନିତ ବନ୍ୟାରେ ବହୁସଂଖ୍ୟାରେ ଘର ଭାଙ୍ଗିବା ସହ ଫସଲ ଏବଂ ବିଦ୍ୟୁତ୍‌ ପ୍ଲାଣ୍ଟ କ୍ଷତିଗ୍ରସ୍ତ ହୋଇଛି।
କିସ୍ତଓ୍ବାରରେ ବାଦଲଫଟା ବର୍ଷା ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ଏଥିସହିତ ୧୯ଟି ଘର ଏବଂ ଏକ ରାଶନ ଡିପୋ ଭାଙ୍ଗିବା ସହ ଏକ ବ୍ରିଜ୍‌ କ୍ଷତିଗ୍ରସ୍ତ ହୋଇଛି। ଲଦାଖର କାର୍ଗିଲରେ ମୂଷଳ ଧାରାରେ ବର୍ଷା ହେବାଯୋଗୁ ଏକ କ୍ଷୁଦ୍ର ବିଦ୍ୟୁତ୍‌ ପ୍ରକଳ୍ପ ନଷ୍ଟ ହେବା ସହ ୧୨ଟି ଘର ଭାଙ୍ଗିଯାଇଛି। ସେହିପରି ହିମାଚଳପ୍ରଦେଶରେ ୧୪ ଜଣଙ୍କ ମୃତ୍ୟୁ ଘଟିବା ସହ ୨ ଆହତ ହୋଇଛନ୍ତି ଏବଂ ୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କ ମଧ୍ୟରୁ ଲହାଉଲ-ସ୍ପିଟିରେ ବନ୍ୟା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚାମ୍ବାରେ ୨ ଜଣ ପ୍ରାଣ ହରାଇଥିବା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ନିର୍ଦ୍ଦେଶକ ସୁଦେଶ କୁମାର ମୋଖତା ସୂଚନା ଦେଇଛନ୍ତି। କୁଲ୍ଲୁ ଜିଲାରେ ଦିଲ୍ଲୀର ଜଣେ ପର୍ଯ୍ୟଟକଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପୋଲିସ, ସେନା, ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌) ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବାଦଲଫଟା ବର୍ଷାରେ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଯାଇଥିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଃଖ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାର ସ୍ଥିତି ଉପରେ ନଜର ରଖିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ପ୍ରଭାବିତ ଅଞ୍ଚଳକୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାର ପ୍ରତିଶ୍ରୁତି ଦେଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଏବଂ ପୋଜିସ ଡିଜି ଦିଲବାଗ୍‌ ସିଂଙ୍କ ସହ କଥା ହୋଇ ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri