Posted inଜାତୀୟ

କେରଳରେ ଲଗାଣ ବର୍ଷା: ତଳିଆ ଅଞ୍ଚଳ ଜଳମଗ୍ନ

ଥିରୁଭାନ୍ତପୁରମ,୧୫।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର କେରଳର ବିଭିନ୍ନ ସ୍ଥାନରେ ନିରନ୍ତର ଏବଂ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା, ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛଗୁଡିକ ଉପୁଡ଼ି ପଡ଼ିଥିବା ବେଳେ ଉଚ୍ଚ ଅଞ୍ଚଳରେ କାଦୁଅ ଧସି ପଡ଼ିଛି। ଏପରିକି ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଯଦିଓ କୌଣସି ସ୍ଥାନରେ ବଡ଼ ଧରଣର ମୃତାହତର ଖବର ମିଳିନାହିଁ, ହେଲେ ବିଭିନ୍ନ ଜିଲା ଘର ଏବଂ ଯାନବାହନ ବିକ୍ଷିପ୍ତ କ୍ଷତି ଘଟିଛି।

ଶନିବାର ସାରୁ ଲଗାଣ ବର୍ଷା ପରେ ମାଟି ଧସିବା ଯୋଗୁ ପାହାଡ଼ି ଅଞ୍ଚଳ ମଲାପ୍ପୁରମର କୋଟ୍ଟାକ୍କଲରେ ଏକ ଘର କ୍ଷତିଗ୍ରସ୍ତ ହୋଇଥିଲା। ହେଲେ ପରିବାର ଲୋକେ ଅଳ୍ପକେ ବଞ୍ଚି ଯାଇଛନ୍ତି।

ଉତ୍ତର ୱାୟାନାଡର ସୁଲତାନ ବାଥେରୀ ଏବଂ ଦକ୍ଷିଣ କୋଟ୍ଟାୟାମ ଜିଲାର ଚୁଙ୍ଗାମରେ ପ୍ରବଳ ବର୍ଷା ପବନ ଯୋଗୁ ବଡ଼ବଡ଼ ଗଛଗୁଡିକ ଉପୁଡ଼ି ପଡ଼ିଛି। ଫଳରେ ଯାତାୟାତ ପ୍ରଭାବିତ ହୋଇଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗଛକାଟି ସଫା କରିବା ପରେ ଗାଡିଚଳାଚନ ସ୍ବାଭାବିକ ହୋଇଥିଲା।

କେରଳର ୫ ଜିଲାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଜୁନ ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ କେରଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ ଭାରତୀୟ ପାଣିପାଗ ବିଭାଗ(IMD) କେରଳର କସରଗୋଡ, କନ୍ନୁର, କୋଝିକୋଡ, ୱାୟାନାଡ ଏବଂ ମାଲାପ୍ପୁରମ ଜିଲାରେ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି କରିଛି।

ଏପରିକି ପଲକ୍କଡ, ତ୍ରିସୁର, ଏର୍ନାକୁଲମ, ଇଡୁକ୍କି, କୋଟ୍ଟାୟମ ଏବଂ ପଠାଣମଥିଟ୍ଟା ପାଇଁ ଏକ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଆଲାପୁଝା, କୋଲ୍ଲମ ଏବଂ ତିରୁଭାନନ୍ତପୁରମ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri