ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ଲଘୁଚାପ ସୃଷ୍ଟି ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଉପରେ ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅଧିକ ସକ୍ରିୟ ହୋଇଛି। ଏସବୁ ମିଶି ରାଜ୍ୟରେ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ଆସନ୍ତା ତିନିଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟରେ ଏବଂ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି।
ଲଘୁଚାପ ଯୋଗୁ ରାଜ୍ୟରେ ଗତ ଦୁଇଦିନ ହେବ ପ୍ରବଳ ବର୍ଷା ଲାଗିରହିଛି। ହୀରାକୁଦର ଜଳସ୍ତର ବଢ଼ିବା ସହିତ ମହାନଦୀ ଓ ଏହାର ବିଭିନ୍ନ ଶାଖାନଦୀ ମଧ୍ୟ ଫୁଲିବା ଆରମ୍ଭ କରିଛି। ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦରେ ୧୦ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨, ୪୦, ୫୯୮ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୧,୭୮,୬୩୦ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ସ୍ଥିତିକୁ ଦେଖି ଆହୁରି ଅଧିକ ଗେଟ୍‌ ଖୋଲାଯିବ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଏହି ଲଘୁଚାପ ଦୁର୍ବଳ ହେବାବେଳକୁ ଆଉ ଏକ ଲଘୁଚାପ ପରିସ୍ଥିତିକୁ ବିଗାଡ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଜଳ ସମ୍ପଦ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ ଏବଂ କୁଶଭଦ୍ରା ନଦୀରେ ବନ୍ୟାଜଳ ବୃଦ୍ଧି ପାଇଚାଲିଛି। ମହାନଦୀର ଖଇରମାଳଠାରେ ବନ୍ୟାଜଳ ସ୍ଥିର ରହିଛି। ହୀରାକୁଦ ପାଣି ପହଞ୍ଚିବା ପରେ ନଦୀଗୁଡ଼ିକ ଫୁଲିବ ବୋଲି ଅନୁମାନ କରାଯାଇଛି। ରାଜ୍ୟର ସମସ୍ତ ୭ଟି ଜଳଭଣ୍ଡାରରେ ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି।
ଅବପାତ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, ଜଗତ୍‌ସିଂହପୁର, କଟକ ଏବଂ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ଉକ୍ତ ଜିଲାଗୁଡ଼ିକର କେତେକ ଅଞ୍ଚଳ ଜଳବନ୍ଦୀ ହୋଇପାରେ। କଚ୍ଚାଘର ଭାଙ୍ଗିବା ସହିତ ରାସ୍ତା ଧୋଇ ହୋଇଯିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ନିଂ ଜାରି କରାଯାଇଛି । ଏହି ସମୟରେ କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ମାଲକାନଗିରି ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ରାଜ୍ୟରେ ଅନ୍ୟାନ୍ୟ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ୨୦ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୋଳ ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ତୁହାକୁ ତୁହା ବର୍ଷା ଲାଗି ରହିଥିବାରୁ କେତେକ ସ୍ଥାନ ଜଳମଗ୍ନ ହୋଇଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୧୭ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବେଗୁନିଆରେ ୧୦, ବାଲିପାଟଣାରେ ୧୨, କଟକରେ ୧୬, ମୁଣ୍ଡଳିରେ ୧୧, ତିଗିରିଆରେ ୧୧, ରାଜଘାଟରେ ୧୫, ଚନ୍ଦନପୁରରେ ୧୪, ଜଳେଶ୍ୱରରେ ୧୧, ମାର୍ଶାଘାଇରେ ୧୧, କଣ୍ଟାପଡ଼ାରେ ୧୧, ବାଙ୍ଗିରିପୋଷୀରେ ୧୦, ଜାମଶୋଳାଘାଟରେ ୯, ଭୋଗରାଇରେ ୯, ବାଲିକୁଦାରେ ୮, କୁଜଙ୍ଗରେ ୮, ଗରଦପୁରରେ ୭, ଜଗତ୍‌ସିଂହପୁରରେ ୭, ବେତନଟୀରେ ୫, ରାଜକନିକାରେ ୪, ନୂଆଗଡ଼ାରେ ୫, ରାଇରଙ୍ଗପୁରରେ ୪, ଉଦଳାରେ ୩, ଯାନପୁରରେ ୩, ଠାକୁରମୁଣ୍ଡାରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?