ପାକିସ୍ତାନରେ ପ୍ରବଳ ବର୍ଷା: ୮ ମୃତ

ଇସଲାମାବାଦ,୨୭ା୭: ପାକିସ୍ତାନର ସିନ୍ଧ୍‌ ଏବଂ ବେଲୁଚିସ୍ତାନ ପ୍ରଦେଶର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ସୂଚନାନୁସାରେ, ସିନ୍ଧ୍‌ ଏବଂ ବେଲୁଚିସ୍ତାନ ପ୍ରଦେଶରେ ବର୍ଷା ଯୋଗୁ ୮ ଜଣ ପ୍ରାଣ ହରାଇ ସାରିଲେଣି।

ରିପୋର୍ଟ ଅନୁଯାୟୀ, ସିନ୍ଧ୍‌ର ଖୈରପୁର ଜିଲାରେ ପ୍ରବଳ ବର୍ଷା ହେବାରୁ ଘରର ଛାତ ଭୁଶୁଡ଼ି ପଡ଼ିଛି। ଯେଉଁଥିରେ ଜଣେ ପୁରୁଷ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କ ଜୀବନ ଯାଇଥିବା ବେଳେ ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅ ଗୁରୁତର ହୋଇଛନ୍ତି।

ରିପୋର୍ଟ ଅନୁଯାୟୀ, କରାଚିରେ ବର୍ଷା ଯୋଗୁ ୫ ଜଣଙ୍କର ମୃତ୍ୟୁ ହୋଇଛି। କେବଳ ଏତିକି ନୁହେଁ, ଲଗାତର ତୃତୀୟ ଦିନ ପାଇଁ ସହରର ଅନେକ ଅଞ୍ଚଳ ବର୍ଷା ପାଣିରେ ବୁଡ଼ି ରହିଛି। ଆହୁରି ମଧ୍ୟ ପ୍ରବଳ ବର୍ଷା ହେତୁ ମିରପୁରଖାସ, ଲାରକାନା, ଦାଦୁ, କାମ୍ବର-ଶାହାଦକୋଟ ଏବଂ ନିକଟବର୍ତ୍ତୀ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୁଧବାର ପର୍ଯ୍ୟନ୍ତ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri