Posted inଜାତୀୟ

ସିକିମରେ ବାଦଲଫଟା ବର୍ଷା: ଭାସିଗଲେ ୨୩ ଯବାନ, ସନ୍ଧାନ ଜାରି…

ଗାଙ୍ଗଟକ,୪।୧୦ : ଉତ୍ତର ସିକିମର ଲୋନାକ ହ୍ରଦ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଲାଚେନ ଉପତ୍ୟକାର ତିସ୍ତା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ମଙ୍ଗଳବାର-ବୁଧବାର ରାତି ପ୍ରାୟ ୧ ଟା ସମୟରେ ଘଟିଥିବା ବନ୍ୟାରେ ୨୩ ସେନା ଯବାନ ଭାସି ଯାଇଛନ୍ତି। ତାଙ୍କ ସନ୍ଧାନରେ ଉଦ୍ଧାର କାର୍ଯ୍ୟ ଚାଲିଛି।

କେତେକ ସେନା ପ୍ରତିଷ୍ଠାନ ବନ୍ୟା ଯୋଗୁ ପ୍ରଭାବିତ ହୋଇଥିଲେ। ବହୁ ସେନା ଗାଡି ପାଣିରେ ବୁଡ଼ି ଯାଇଥିଲେ। ଏହି ଘଟଣା ସମ୍ପର୍କରେ ପ୍ରତିରକ୍ଷା ପିଆରଓ ଗୁଆହାଟୀ ଏନେଇ ଏକ ବିବୃତ୍ତି ଜାରି କରିଛନ୍ତି।

ଚୁଙ୍ଗଥାଙ୍ଗ ଡ୍ୟାମରୁ ଜଳ ଛଡାଯିବା କାରଣରୁ ହଠାତ ଜଳସ୍ତର ୧୫-୨୦ ଫୁଟ ଉଚ୍ଚକୁ ଉଠିଯାଇଥିଲା। ଏହି କାରଣରୁ, ସିଙ୍ଗଟାମ ନିକଟ ବରଦାଙ୍ଗରେ ପାର୍କିଂ ହୋଇଥିବା ସେନା ଯାନଗୁଡିକ ଭାସି ଯିବା ସହିତ ବନ୍ୟା ଜଳରେ ବୁଡ଼ି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri