ପ୍ରବଳ ବର୍ଷାରେ ପାହାଡ଼ି ପାଣି ଆସିବାରୁ ଟେମୁରୁପାଲ୍ଲୀ ଜଳମଗ୍ନ

ମାଲକାନଗିରି,୭ା୭(ଦୁର୍ଯ୍ୟୋଧନ ପାତ୍ର): ଗୁରୁବାରଠାରୁ ମାଲାକାନଗିରି ଜିଲାରେ ପ୍ରବଳ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏହି  ବର୍ଷାରେ ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଲ୍ଲୀ ଗ୍ରାମରେ ବର୍ଷାଜଳ ମାଡ଼ି ଆସିବାରୁ ସମ୍ପୂର୍ଣ୍ଣ ଗ୍ରାମ ଜଳମଗ୍ନ ହୋଇଯାଇଛି। ତେବେ ପାହାଡ଼ ପାଣି ଆସି ଟେମୁରୁପାଲ୍ଲୀ ଗ୍ରାମ ଭିତରକୁ ପ୍ରବେଶ କରିବାରୁ ଏପରି ପରିସ୍ଥିତି ହୋଇଥିବା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀ ବାହାରକୁ ଯିବା ବନ୍ଦ ହୋଇ ଯାଇଥିବା ବେଳେ ବାହାରର ଜନସାଧାରଣ ଗ୍ରାମ ଭିତରକୁ ପ୍ରବେଶ କରି ପାରୁନାହାନ୍ତି। ଏପରିକି ଗ୍ରାମର ପ୍ରବେଶ ପଥରେ ଥିବା ଆଗ୍ରି ଯୋଡ଼ି ପୋଲ ଉପରେ ୫ ଫୁଟ ଉଚ୍ଚତାରେ ବର୍ଷାଜଳ ବହୁଥିବାରୁ ଟେମୁରୁପାଲ୍ଲୀ ଗ୍ରାମକୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। କେବଳ ସେତିକି ନୁହେଁ ଗ୍ରାମର ଶହ ଶହ ଏକର ଜମିରେ ବର୍ଷାଜଳ ପ୍ରବେଶ କରିବା ସହ ବନ୍ୟପ୍ରାଣୀ ମଧ୍ୟ ଜଳଘେରରେ ବନ୍ଦୀ ହୋଇ ରହିଛନ୍ତି। ଏ ସମ୍ବନ୍ଧରେ ଗ୍ରାମବାସୀ ପ୍ରକାଶ କରିଛନ୍ତି ଯେ, ପୂର୍ବରୁ କେବେ ମଧ୍ୟ ଏପରି ପରିସ୍ଥିତି ସୃଷ୍ଟି ହୋଇ ନ ଥିଲା। ଟେମୁରୁପାଲ୍ଲୀ ସମେତ ତୁଳସୀ, କେରମେଟି ରାସ୍ତାରେ ମଧ୍ୟ ମାଟି ଅତଡ଼ା ଖସି ଯାତାୟାତ ବନ୍ଦ ହୋଇଯାଇଛି। ତୁଳସୀ ପାହାଡ଼ରେ ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ସୀମା ସୁରକ୍ଷା ବଳ କ୍ୟାମ୍ପରେ ରହୁଥିବା ଯବାନଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପହଞ୍ଚିବାରେ ମଧ୍ୟ ବାଧା ସୃଷ୍ଟି ହୋଇଛି। ତେବେ ଆଗକୁ ଆହୁରି ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ତୁରନ୍ତ ପ୍ରତିକାର ବ୍ୟବସ୍ଥା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri