Posted inଜାତୀୟ

ରାଜଧାନୀରେ ପ୍ରବଳ ବର୍ଷା, ୧୦୦ରୁ ଅଧିକ ବିମାନ ଉଡ଼ାଣ ପ୍ରଭାବିତ…

ନୂଆଦିଲ୍ଲୀ, ୨୩।୫ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ପବନ ଏବଂ ବଜ୍ରପାତ ଯୋଗୁ ୧୯ ଟି ବିମାନର ଲକ୍ଷ୍ୟସ୍ଥଳକୁ ନିକଟବର୍ତ୍ତୀ ବିମାନବନ୍ଦରକୁ ସ୍ଥାନାନ୍ତରିତ କରାଯାଇଛି। ପବନର ବେଗ ଘଣ୍ଟା ପ୍ରତି ୭୫ କିଲୋମିଟରରେ ପହଞ୍ଚି ଥିବାରୁ ବିମାନଗୁଡ଼ିକ ଅବତରଣ କରିବା କଷ୍ଟକର ହୋଇପଡିଥିଲା। ସେହିପରି ପ୍ରାୟ ୧୦୦ ବିମାନର ଉଡ଼ାଣ ସମୟ ବିଳମ୍ବ ହୋଇଛି।

ବିମାନ ବନ୍ଦରର ଅଧିକାରୀ କହିଛନ୍ତି ଯେ ସକାଳ ୬ଟା ୩୦ ରୁ ୯ ଟା ମଧ୍ୟରେ ବନ୍ଦରକୁ ଆସିବାକୁ ଥିବା ଅଧିକାଂଶ ବିମାନକୁ ଡାଇଭର୍ଟ କରାଯାଇଛି। ଅବଶ୍ୟ, ଏହା ପରେ ଅପରେଶନ ସ୍ବାଭାବିକ ଅବସ୍ଥାକୁ ଫେରିଥିବା ସେ କହିଛନ୍ତି। ୧୩ ଟି ବିମାନ ଜୟପୁର, ୨ ଟି ଲକ୍ଷ୍ନୌ ଏବଂ ଗୋଟିଏ ଲେଖାଏଁ ବିମାନକୁ ଅମୃତସର, ଅହମ୍ମଦାବାଦ, ମୁମ୍ବାଇ ଏବଂ ଇନ୍ଦୋରକୁ ଡାଇଭର୍ଟ କରା ଯାଇଥିଲା।

ବିମାନ ବନ୍ଦରରେ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୭.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?