ମରୁଭୂମିରେ ବାଦଲଫଟା ବର୍ଷା, ରାସ୍ତାଘାଟ ବନ୍ୟାରେ ଉବୁଟୁବୁ, ଭିଡିଓ ଭାଇରାଲ…

ଦୁବାଇ,୧୮।୧୧ : ମରୁଭୂମିରେ ବନ୍ୟା ଆସିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ଦୁବାଇର ଅନେକ ଅଞ୍ଚଳରେ ବାଦଲ ଫଟା ବର୍ଷା ହୋଇଛି। ପ୍ରବଳ ବର୍ଷା ପରେ ଏବେ ରାସ୍ତାଘାଟ ବନ୍ୟା ପାଣିରେ ବୁଡି ରହିଛି। ଅନେକ ସ୍ଥାନରେ ଜଳ ନିଷ୍କାସନ ସମସ୍ୟା ଦେଖାଦେଇଛି। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ୟୁଜର ଏହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଝଡବର୍ଷା ଯୋଗୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ତାଣ୍ଡବ ସୃଷ୍ଟି ହୋଇଛି। ଏଠାରେ ଅନେକ ସ୍ଥାନରେ ରାସ୍ତାରେ ଡଙ୍ଗା ଚାଲୁଛି। ଦୁବାଇର ପାଣିପାଗର ଏହି ହଠାତ ପରିବର୍ତ୍ତନ ନେଇ ବୈଜ୍ଞାନିକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଦୁବାଇ ପୋଲିସ ଲୋକଙ୍କୁ ବାଲି ଓ କାଦୁଅ ଥିବା ଅଞ୍ଚଳକୁ ନ ଯିବାକୁ କହିଛି। ଏହାର କାରଣ ଅନେକ ସ୍ଥାନରେ ମାଟି ଧସିବାର ବିପଦ ରହିଛି ବୋଲି କୁହାଯାଉଛି।

ସେଠାରୁ ଆସିଥିବା ଭିଡିଓରେ ରାସ୍ତା ଜଳମଗ୍ନ ହୋଇଥିବାର ଦେଖାଯାଉଛି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟୁଏଇ ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏହା କୁହାଯାଉଛି ଜେଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱ ତାପମାତ୍ରାରେ ବୃଦ୍ଧି ଯୋଗୁ ପାଣିପାଗର ଏହି ପରିବର୍ତ୍ତନ ଘଟୁଛି। ବନ୍ୟା ଯୋଗୁଁ ଟ୍ରାଫିକ ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ପରିବହନ ସେବା ବନ୍ଦ ରହିଛି। ବିମାନ ସେବା ମଧ୍ୟ ପ୍ରଭାବିତ ହୋଇଛି।

ବନ୍ୟା ଯୋଗୁଁ ଲୋକଙ୍କ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ଲୋକମାନେ ରାସ୍ତାରେ ଛୋଟ ଡଙ୍ଗା ଚଳାଉଥିବାର ଦେଖାଯାଉଛି। ଦୁବାଇ ପୋଲିସ ଲୋକଙ୍କୁ ସମୁଦ୍ର କୂଳ ଏବଂ ବନ୍ୟା ପ୍ରବଣ ଅଞ୍ଚଳଠାରୁ ଦୂରରେ ରହିବାକୁ କହିଛି। ଏହା ସହିତ ଲୋକଙ୍କୁ ଗାଡି ଚଳାଇବା ସମୟରେ ସତର୍କ ରହିବାକୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri