ବାତ୍ୟା ‘ମୋନ୍ଥା’: ୨୭ରୁ ରାଜ୍ୟରେ ପ୍ରବଳ ବର୍ଷା: ଏସବୁ ଜିଲା ପାଇଁ ଜାରି ହେଲା ରେଡ୍‌ ଓ୍ବାର୍ନିଂ, ବନ୍ଦରଗୁଡିକରେ…

ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ) – ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳର ମଛଲିପାଟନମ୍‌ ଏବଂ କଳିଙ୍ଗପାଟନମ୍‌ ମଧ୍ୟଦେଇ ‘ମୋନ୍ଥା’ ଅତିକ୍ରମ କରି ଲ୍ୟାଣ୍ଡଫଲ୍‌ କରିବ। ‘ମୋନ୍ଥା’ ସ୍ଥଳଭାଗ ଛୁଇଁବା ସମୟରେ ଭୀଷଣ ବାତ୍ୟା ରୂପ ନେବ। ଏହି ସମୟରେ ପବନର ଘଣ୍ଟାପ୍ରତି ବେଗ ୯୦ରୁ ୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ବାତ୍ୟା ପ୍ରଭାବରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଗାମୀ ଦୁଇଦିନ ପାଇଁ ରାଜ୍ୟରେ ବିଶେଷ କିଛି ପାଗ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାବେଳେ ରାଜ୍ୟର କଁା ଭା ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୭ରେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାରେ ପ୍ରବଳ ବର୍ଷା (୭ରୁ ୧୧ ସେ.ମି) ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସୋମବାର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଭୀଷଣ ବର୍ଷା (୨୦ ସେ.ମିରୁ ଅଧିକ) ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ ୭୦ କି.ମି ଏବଂ ୮୦ କି.ମି ପର୍ଯ୍ୟନ୍ତ ରହିପାରେ। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ କି.ମିରୁ ୭୦ କି.ମି ପର୍ଯ୍ୟନ୍ତ ବହିବା ନେଇ ଆକଳନ କରାଯାଇଛି। ଏଥିସହ ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ୨୯ ତାରିଖରେ ମଧ୍ୟ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାରେ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା, ପବନ ଲାଗି ରହିବା ସହିତ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୬ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି। ଏଥିସହ ସମସ୍ତ ବନ୍ଦରଗୁଡିକରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri