ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ ରାଞ୍ଚତ୍ ନିକଟରେ କେନ୍ଦ୍ରୀଭୂତ ରହିଥିଲା। ତେବେ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର ସମ୍ଭାବନା ରହିଛି। ତେବେ ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଶନିବାର ସୁନ୍ଦରଗଡ଼, ଝାରସୁଗୁଡା ଏବଂ ବରଗଡ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।