Categories: Video

୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆନ୍ଧ୍ରପ୍ରଦେଶ ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଗାମୀ 48 ଘଣ୍ଚା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା 5 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ରାଜଧାନୀରେ କୋହଲା ପାଗ ସହ ତୁହାକୁ ତୁହା ବର୍ଷା ଆରମ୍ଭ ହୋଇଯାଇଛି । ଆଜି ଅପରାହ୍ନରୁ ରାଜଧାନୀରେ ବର୍ଷା ଜାରି ରହିଛି ।