ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ବୁଧବାରଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସମେତ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରାରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ମଙ୍ଗଳବାର ତାଳଚେରରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ନୟାଗଡ଼ ଓ ପାରଳାଖେମୁଣ୍ଡିରେ ୩୪.୪, ଅନୁଗୋଳରେ ୩୩.୭, ଭଦ୍ରକରେ ୩୩.୫, ଛତ୍ରପୁରରେ ୩୩.୪, ଭୁବନେଶ୍ୱର, ଯାଜପୁର ଓ ଢେଙ୍କାନାଳ ୩୩ ଏବଂ କଟକରେ ୩୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri