୨୦ ତାରିଖ ପର୍ଯ୍ୟନ୍ତ ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪ା୭: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଦୁଇଟି ପୃଥକ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢ଼େଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ସମ୍ବଲପୁର, ମାଲକାନଗିରି, ଗଜପତି, ଗଞ୍ଜାମ ଓ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର ଓ ବୌଦ୍ଧ ଆଦି ଜିଲାକୁ ବଜ୍ରପାତ ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ରବିବାର ପାରାଦୀପରେ ସର୍ବାଧିକ ୪୧.୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ସୋନପୁରରେ ୨୪.୪ ମିମି, ବାଲେଶ୍ୱର ଓ ଟିଟିଲାଗଡ଼ରେ ୧୫.୩ ମିମି, ଭଦ୍ରକରେ ୮.୦ ମିମି, ଢ଼େଙ୍କାନାଳରେ ୭.୪ ମିମି, ମାଲକାନଗିରିରେ ୫.୬ ମିମି, କେନ୍ଦ୍ରାପଡ଼ାରେ ୩.୦ ମିିମି ଓ ରାଉରକେଲାରେ ୨.୬ ମିମି ବର୍ଷା ରେକର୍ଡ ହୋଇଛି। ଏହାସହ ଭୁବନେଶ୍ୱର-କଟକ ସମେତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri