୨୦ ତାରିଖ ପର୍ଯ୍ୟନ୍ତ ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪ା୭: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଦୁଇଟି ପୃଥକ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢ଼େଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ସମ୍ବଲପୁର, ମାଲକାନଗିରି, ଗଜପତି, ଗଞ୍ଜାମ ଓ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର ଓ ବୌଦ୍ଧ ଆଦି ଜିଲାକୁ ବଜ୍ରପାତ ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ରବିବାର ପାରାଦୀପରେ ସର୍ବାଧିକ ୪୧.୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ସୋନପୁରରେ ୨୪.୪ ମିମି, ବାଲେଶ୍ୱର ଓ ଟିଟିଲାଗଡ଼ରେ ୧୫.୩ ମିମି, ଭଦ୍ରକରେ ୮.୦ ମିମି, ଢ଼େଙ୍କାନାଳରେ ୭.୪ ମିମି, ମାଲକାନଗିରିରେ ୫.୬ ମିମି, କେନ୍ଦ୍ରାପଡ଼ାରେ ୩.୦ ମିିମି ଓ ରାଉରକେଲାରେ ୨.୬ ମିମି ବର୍ଷା ରେକର୍ଡ ହୋଇଛି। ଏହାସହ ଭୁବନେଶ୍ୱର-କଟକ ସମେତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri