ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର):ଉପର ମୁଣ୍ଡରେ ବର୍ଷା ଜାରିରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଜଳଭଣ୍ଡାରର ଅଧିକ ୬ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ଏହି ୬ଟି ଗେଟ୍‌କୁ ମିଶାଇ ବର୍ତ୍ତମାନ ଜଳଭଣ୍ଡାରର ମୋଟ ୨୦ଟି ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରିରହିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨ଫୁଟ୍‌ରେ ପହଞ୍ଚିଛି। ସନ୍ଧ୍ୟା ସାଢ଼େ ୬ଟାରେ ହସ୍ତଗତ ସୂଚନା ଅନୁସାରେ ହୀରାକୁଦ ଜଣଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୨୬ ହଜାର ୮୭୯ ଘନଫୁଟ୍‌ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୨୦ସ୍ଲୁଇସ୍‌ ଗେଟ୍‌ ଓ ବିଭିନ୍ନ କେନାଲ ମାଧ୍ୟମରେ ପ୍ରତି ସେକେଣ୍ଡରେ ମୋଟ୍‌ ୩ ଲକ୍ଷ ୫୪ ହଜାର ୪୯୫ ଘନଫୁଟ୍‌ ଜଳ ନିଷ୍କାସିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପରମୁଣ୍ଡରେ ୧୪.୦୭ ମିଲିମିଟର ଓ ତଳମୁଣ୍ଡରେ ୯.୩୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri