Posted inଜାତୀୟ

ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ

ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ ୨ଜଣଙ୍କର ଜୀବନ ଯାଇଛି। ପ୍ରବଳ ବର୍ଷା ଫଳରେ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି। ଫଳରେ ରବିବାର ବିଭିନ୍ନ ରୁଟ୍‌ରେ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳଲାଇନ ପାଣିରେ ବୁଡ଼ିଯିବାରୁ ଓ୍ବେଷ୍ଟର୍ନ ରେଲ୍‌ଓ୍ବେ ଏବଂ ସେଣ୍ଟ୍ରାଲ ରେଲ୍‌ଓ୍ବେ ପକ୍ଷରୁ ସହରରେ ଟ୍ରେନ୍‌ ସେବା ସାମୟିକ ଭାବେ ବନ୍ଦ ରଖାଯାଇଛି। ଅଧିକାଂଶ ଦୂରଗାମୀ ଟ୍ରେନ୍‌ ବିଭିନ୍ନ ଷ୍ଟେଶନରେ ଅଟକି ରହିଛି। ମୁମ୍ବାଇରେ ଏହା ଗୋଟିଏ ଦିନରେ ତୃତୀୟ ସର୍ବାଧିକ ବର୍ଷା ବୋଲି କୁହାଯାଉଛି।
ଭୂସ୍ଖଳନ ଯୋଗୁ ଶନିବାର ରାତି ୧ଟା ବେଳେ ମୁମ୍ବାଇର ଚେମ୍ବୁର ଅଞ୍ଚଳର ଭରତନଗରଠାରେ ଥିବା ଏକ ପାଚେରି ଭୁଶୁଡ଼ି ପଡ଼ିଥିଲା। ଏହା କେତେକ ଘର ଉପରେ ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ଆହତ ୭ ଜଣଙ୍କୁ ନିକଟସ୍ଥ ରାଜଓ୍ବାଡ଼ି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ରାତି ୨.୩୦ରେ ବିଖ୍ରୋଲି ଅଞ୍ଚଳରେ ଥିବା ୫ଟି ଝୁମ୍ପୁଡ଼ି ଘର ଭୁଶୁଡ଼ି ୧୦ ଜଣ ପ୍ରାଣ ହରାଇଛନ୍ତି। ଅନ୍ୟ ଏକ ସ୍ଥାନରେ ବନ ବିଭାଗ ଅଫିସ ପାଚେରି ଭୁଶୁଡ଼ି ଜଣେ ୧୬ ବର୍ଷର ବାଳକ ପ୍ରାଣ ହରାଇଛନ୍ତି। ଏହା ବ୍ୟତୀତ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ମୁମ୍ବାଇରେ ଏଭଳି ମର୍ମନ୍ତୁଦ ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ବର୍ଷା ବିତ୍ପାତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି। ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଭୂସ୍ଖଳନ ଜନିତ ମୃତ୍ୟୁ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲାଗି ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁମ୍ବାଇ ମହାନଗର ନିଗମ କମିଶନର ଆଇ.ଏସ୍‌. ଚହଲଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ଉଦ୍ଧାର ଓ ରିଲିଫ କାର୍ଯ୍ୟ ସମ୍ପର୍କରେ ବୁଝିଥିଲେ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ମ୍ୟୁନିସିପାଲ କର୍ମଚାରୀ, ଅଗ୍ନିଶମ ବିଭାଗ ଏବଂ ପୋଲିସ ପରସ୍ପର ମଧ୍ୟରେ ସମନ୍ବୟ ରଖି ଉଦ୍ଧାର କାର୍ଯ୍ୟ ଆଗେଇ ନେବାକୁ ଉଦ୍ଧବ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରବିବାର ରାତିର ବର୍ଷା ୨୦୦୫ ଜୁଲାଇ ୨୬ ବର୍ଷା ବିତ୍ପାତକୁ ମନେ ପକାଇଦେଇଛି। ସେତେବେଳେ ଗୋଟିଏ ଦିନରେ ରେକର୍ଡ ୯୪୪ ମିଲିମିଟର ବର୍ଷା ହୋଇଥିଲା। ଆହୁରି ୨୪ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରବିବାର ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁ ଦାଦର, ପାରେଲ, କୁର୍ଲା, ଚୂନଭାଟ୍ଟି, ଓ୍ବାଡଲା ଏବଂ ତିଳକ ନଗର ରେଳଟ୍ରାକ୍‌ ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?