Posted inଜାତୀୟ

ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ

ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ ୨ଜଣଙ୍କର ଜୀବନ ଯାଇଛି। ପ୍ରବଳ ବର୍ଷା ଫଳରେ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି। ଫଳରେ ରବିବାର ବିଭିନ୍ନ ରୁଟ୍‌ରେ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳଲାଇନ ପାଣିରେ ବୁଡ଼ିଯିବାରୁ ଓ୍ବେଷ୍ଟର୍ନ ରେଲ୍‌ଓ୍ବେ ଏବଂ ସେଣ୍ଟ୍ରାଲ ରେଲ୍‌ଓ୍ବେ ପକ୍ଷରୁ ସହରରେ ଟ୍ରେନ୍‌ ସେବା ସାମୟିକ ଭାବେ ବନ୍ଦ ରଖାଯାଇଛି। ଅଧିକାଂଶ ଦୂରଗାମୀ ଟ୍ରେନ୍‌ ବିଭିନ୍ନ ଷ୍ଟେଶନରେ ଅଟକି ରହିଛି। ମୁମ୍ବାଇରେ ଏହା ଗୋଟିଏ ଦିନରେ ତୃତୀୟ ସର୍ବାଧିକ ବର୍ଷା ବୋଲି କୁହାଯାଉଛି।
ଭୂସ୍ଖଳନ ଯୋଗୁ ଶନିବାର ରାତି ୧ଟା ବେଳେ ମୁମ୍ବାଇର ଚେମ୍ବୁର ଅଞ୍ଚଳର ଭରତନଗରଠାରେ ଥିବା ଏକ ପାଚେରି ଭୁଶୁଡ଼ି ପଡ଼ିଥିଲା। ଏହା କେତେକ ଘର ଉପରେ ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ଆହତ ୭ ଜଣଙ୍କୁ ନିକଟସ୍ଥ ରାଜଓ୍ବାଡ଼ି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ରାତି ୨.୩୦ରେ ବିଖ୍ରୋଲି ଅଞ୍ଚଳରେ ଥିବା ୫ଟି ଝୁମ୍ପୁଡ଼ି ଘର ଭୁଶୁଡ଼ି ୧୦ ଜଣ ପ୍ରାଣ ହରାଇଛନ୍ତି। ଅନ୍ୟ ଏକ ସ୍ଥାନରେ ବନ ବିଭାଗ ଅଫିସ ପାଚେରି ଭୁଶୁଡ଼ି ଜଣେ ୧୬ ବର୍ଷର ବାଳକ ପ୍ରାଣ ହରାଇଛନ୍ତି। ଏହା ବ୍ୟତୀତ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ମୁମ୍ବାଇରେ ଏଭଳି ମର୍ମନ୍ତୁଦ ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ବର୍ଷା ବିତ୍ପାତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି। ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଭୂସ୍ଖଳନ ଜନିତ ମୃତ୍ୟୁ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲାଗି ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁମ୍ବାଇ ମହାନଗର ନିଗମ କମିଶନର ଆଇ.ଏସ୍‌. ଚହଲଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ଉଦ୍ଧାର ଓ ରିଲିଫ କାର୍ଯ୍ୟ ସମ୍ପର୍କରେ ବୁଝିଥିଲେ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ମ୍ୟୁନିସିପାଲ କର୍ମଚାରୀ, ଅଗ୍ନିଶମ ବିଭାଗ ଏବଂ ପୋଲିସ ପରସ୍ପର ମଧ୍ୟରେ ସମନ୍ବୟ ରଖି ଉଦ୍ଧାର କାର୍ଯ୍ୟ ଆଗେଇ ନେବାକୁ ଉଦ୍ଧବ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରବିବାର ରାତିର ବର୍ଷା ୨୦୦୫ ଜୁଲାଇ ୨୬ ବର୍ଷା ବିତ୍ପାତକୁ ମନେ ପକାଇଦେଇଛି। ସେତେବେଳେ ଗୋଟିଏ ଦିନରେ ରେକର୍ଡ ୯୪୪ ମିଲିମିଟର ବର୍ଷା ହୋଇଥିଲା। ଆହୁରି ୨୪ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରବିବାର ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁ ଦାଦର, ପାରେଲ, କୁର୍ଲା, ଚୂନଭାଟ୍ଟି, ଓ୍ବାଡଲା ଏବଂ ତିଳକ ନଗର ରେଳଟ୍ରାକ୍‌ ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri