ଗୁରୁବାରଠୁ ରାଜ୍ୟରେ ବାତ୍ୟା ଭଳି ପ୍ରବଳ ବର୍ଷା! ଲଘୁଚାପ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ୱର,୨୪ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ, ଯାହା ୨୬ ସୁଦ୍ଧା ଅବପାତରେ ଘନୀଭୂତ ହୋଇ ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ।

୨୪ ସେପ୍ଟେମ୍ବର ପାଇଁ କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଯେଉଁଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ୩୦-୪୦ କିମି ବେଗରେ ପବନ ହେବ। ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ହେବ।

ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ୨୪ରୁ ୨୮ ସେପ୍ଟେମ୍ବର ମଧ୍ୟରେ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ୩୫-୬୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri