ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ଏସବୁ ଜିଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦।୬: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ସେହିପରି ଦେବଗଡ଼, ଅନୁଗୋଳ, ମୟୂରଭଞ୍ଜ, ବରଗଡ଼ ଓ ସୁବର୍ଣ୍ଣପୁରକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡ଼କୁ ଏହା ଗତି କରିବ। ଏହାର ପ୍ରଭାବରେ ୨୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ।

Share