ଆସନ୍ତା ୨୧ ଓ ୨୨ରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ତାରିଖରେ ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଏବଂ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାପାଇଁ ପାଣିପାଗ ବିଭାଗ ରେଡ୍‌ ଓ୍ବାର୍ନିଂ ଜାରି କରିଛି। ଏହି ସମୟରେ ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri