ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ସୁବର୍ଣ୍ଣପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର,କଳାହାଣ୍ଡି, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଅନୁଗୋଳ, ନୂଆପଡ଼ା, ନବରଙ୍ଗପୁର, ଢେଙ୍କାନାଳ, ମୟୂରଭଞ୍ଜ ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ୨୭ ତାରିଖରେ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଆସନ୍ତା ୨୭ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଉପରମୁଣ୍ଡରେ ଅଧିକ ବର୍ଷା ହେଉ ନ ଥିବାରୁ ବର୍ତ୍ତମାନ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ, କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଚ ଆଦି ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଯାଜପୁରରେ ୬ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକ ୫, ରାୟଗଡ଼ା ୪, ଚାନ୍ଦବାଲି ୪, ଯାଜପୁର ୩, କେନ୍ଦ୍ରାପଡ଼ା ୩, ଭଦ୍ରକ, ପାରଳାଖେମୁଣ୍ଡି, ଗୁଣପୁର, କାଶୀନଗର, ଟେନ୍‌ସାରେ ୨ ସେଣ୍ଟିମିଟର ଲେଖାଏ ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri