ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନ ରହିଛି। ବେଳେବେଳେ ପବନ ବେଗ ୬୫ କ.ମି. ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଛି। ଏନେଇ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷେ ପାଣିପାଗ ବିଭାଗ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍‌ ୱାନିଂ ଜାରି କରିଛି।

ଏପରିକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ବନିଂ ଜାରି କରିଛି। ଅରେଞ୍ଜ ୱାନିଂ ଜାରି ହୋଇଥିବା ଜିଲା ହେଲା ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଯାଜପୁର ଓ ଭଦ୍ରକ ରହିଛି। ସେହିପରି ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲାକୁ ୟେଲୋ ୱାନିଂ ଜାରି କରାଯାଇଛି। ଏନେଇ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri