ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌ ଖୋଲିବା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି । ଉଲୁଣ୍ଡା ବ୍ଲକର ବିଜେପୁର ଗାଁକୁ ଏବେ ମହାନଦୀର ପାଣି ଛୁଇଁଛି । ନଦୀକୂଳିଆବାସୀ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ତେବେ ସମସ୍ତ ନଦୀର ଜଳସ୍ତର ବିପଦ ସଙ୍କେତର ବହୁ ତଳେ ପ୍ରବାହିତ ହେଉଛି । ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ଜଳସେଚନ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷେ ଅତ୍ୟଧିକ ବର୍ଷା ଯୋଗୁ ଜିଲାର ବିଭିନ୍ନ ଅଞ୍ଚଳରେ ଚାଷଜମି ଜଳମଗ୍ନ ହୋଇରହିଛି । କେତେକ ସ୍ଥାନରେ କଚ୍ଚାଘର କ୍ଷତିଗ୍ରସ୍ତ ହୋଇଛି । ବୀରମହାରାଜପୁର ବ୍ଲକ ରଣାପାଲି ମୌଜାର ଅଚ୍ୟୁତ ମହାପାତ୍ରଙ୍କ ଘର ଭାଙ୍ଗିଥିବା ଜଣାପଡିଛି । ସେହିପରି ବିନିକା ବ୍ଲକ ଗୁଲୁଣ୍ଡା ଗ୍ରାମର ହାଡି ମହାକୁରଙ୍କ ଘର କାନ୍ଥ ଭୁଶୁଡି ପଡିବାରୁ ୨ଟି ଗୋରୁଙ୍କ ମୃତ୍ୟୁ ଘଟିଛି । ଡ୍ରେନ୍‌ ସମସ୍ୟା ଯୋଗୁ ସହର ଓ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଡୁଙ୍ଗୁରିପାଲି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ପାଣି ପଶିଛି । ବିନିକା ଡାକ୍ତରଖାନା ଓ ଥାନାରେ ମଧ୍ୟ ପାଣି ପଶିଥିଲା । ବରପାଲି-ରାମପୁର ରାସ୍ତାରେ ଥିବା ବାରଙ୍ଗପାଲି ରଞ୍ଜ ନଦୀ ପୋଲ ଉପରେ ପାଣି ଚାଲିଛି । ଫଳରେ ବରଗଡ ଓ ସୋନପୁର ରାସ୍ତାରେ ଯୋଗାଯୋଗ ବିଛିନ୍ନ ହୋଇଛି । ସେହିପରି ବିନିକା ବ୍ଲକ ଚୌକାମାଳ-ବାବୁପାଲି ରାସ୍ତାର ରପ୍‌ଟା ପୋଲ ଉପର ଦେଇ ୪ ଫୁଟ ଉଚ୍ଚରେ ଜଳ ପ୍ରବାହିତ ହେଉଛି । ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ମୁତାବକ ବୁଧବାର ସୁବର୍ଣ୍ଣପୁର ଜିଲାରେ ହାରାହାରି ୧୬୨.୨୮ମିମି ଓ ଗୁରୁବାର ହାରାହାରି ୬୬.୯୭ମିମି.ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ବୁଧବାର ବିନିକାରେ ସର୍ବାଧିକ ୧୯୬.୪୦ମିମି. ଓ ଗୁରୁବାର ବୀରମହାରାଜପୁର ବ୍ଲକରେ ସର୍ବାଧିକ ୧୧୧.୨୦ମିମି ବର୍ଷା ହୋଇଛି । ଚଳିତ ମାସ ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦୨୨.୬୯ମିମି. ବର୍ଷା ହୋଇଥିବା ରେକର୍ଡ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri