ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌ ଖୋଲିବା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି । ଉଲୁଣ୍ଡା ବ୍ଲକର ବିଜେପୁର ଗାଁକୁ ଏବେ ମହାନଦୀର ପାଣି ଛୁଇଁଛି । ନଦୀକୂଳିଆବାସୀ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ତେବେ ସମସ୍ତ ନଦୀର ଜଳସ୍ତର ବିପଦ ସଙ୍କେତର ବହୁ ତଳେ ପ୍ରବାହିତ ହେଉଛି । ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ଜଳସେଚନ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷେ ଅତ୍ୟଧିକ ବର୍ଷା ଯୋଗୁ ଜିଲାର ବିଭିନ୍ନ ଅଞ୍ଚଳରେ ଚାଷଜମି ଜଳମଗ୍ନ ହୋଇରହିଛି । କେତେକ ସ୍ଥାନରେ କଚ୍ଚାଘର କ୍ଷତିଗ୍ରସ୍ତ ହୋଇଛି । ବୀରମହାରାଜପୁର ବ୍ଲକ ରଣାପାଲି ମୌଜାର ଅଚ୍ୟୁତ ମହାପାତ୍ରଙ୍କ ଘର ଭାଙ୍ଗିଥିବା ଜଣାପଡିଛି । ସେହିପରି ବିନିକା ବ୍ଲକ ଗୁଲୁଣ୍ଡା ଗ୍ରାମର ହାଡି ମହାକୁରଙ୍କ ଘର କାନ୍ଥ ଭୁଶୁଡି ପଡିବାରୁ ୨ଟି ଗୋରୁଙ୍କ ମୃତ୍ୟୁ ଘଟିଛି । ଡ୍ରେନ୍‌ ସମସ୍ୟା ଯୋଗୁ ସହର ଓ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଡୁଙ୍ଗୁରିପାଲି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ପାଣି ପଶିଛି । ବିନିକା ଡାକ୍ତରଖାନା ଓ ଥାନାରେ ମଧ୍ୟ ପାଣି ପଶିଥିଲା । ବରପାଲି-ରାମପୁର ରାସ୍ତାରେ ଥିବା ବାରଙ୍ଗପାଲି ରଞ୍ଜ ନଦୀ ପୋଲ ଉପରେ ପାଣି ଚାଲିଛି । ଫଳରେ ବରଗଡ ଓ ସୋନପୁର ରାସ୍ତାରେ ଯୋଗାଯୋଗ ବିଛିନ୍ନ ହୋଇଛି । ସେହିପରି ବିନିକା ବ୍ଲକ ଚୌକାମାଳ-ବାବୁପାଲି ରାସ୍ତାର ରପ୍‌ଟା ପୋଲ ଉପର ଦେଇ ୪ ଫୁଟ ଉଚ୍ଚରେ ଜଳ ପ୍ରବାହିତ ହେଉଛି । ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ମୁତାବକ ବୁଧବାର ସୁବର୍ଣ୍ଣପୁର ଜିଲାରେ ହାରାହାରି ୧୬୨.୨୮ମିମି ଓ ଗୁରୁବାର ହାରାହାରି ୬୬.୯୭ମିମି.ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ବୁଧବାର ବିନିକାରେ ସର୍ବାଧିକ ୧୯୬.୪୦ମିମି. ଓ ଗୁରୁବାର ବୀରମହାରାଜପୁର ବ୍ଲକରେ ସର୍ବାଧିକ ୧୧୧.୨୦ମିମି ବର୍ଷା ହୋଇଛି । ଚଳିତ ମାସ ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦୨୨.୬୯ମିମି. ବର୍ଷା ହୋଇଥିବା ରେକର୍ଡ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri