ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର,୨୩।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଆହୁରି ଘନୀଭୂତ ହେବାରେ ଲାଗିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି।

ଭାରତୀୟ ପାଣିପାଗ ବିଭାଗ ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଓଡ଼ିଶାର ୯ଟି ଜିଲା ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ଏ ସବୁ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ରହିବ। କିଛି ଦିନ ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri