୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୭.୬ କିମି ଯାଏ ବ୍ୟାପିଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡିଶା ଓ ଗଙ୍ଗେୟ ପଶ୍ଚିମବଙ୍ଗ ଦେଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଅତ୍ୟଧିକ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ଓ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ପୁରୀରେ ବର୍ଷା ଜାରି ରହିଥିବା ବେଳେ ମେଘୁଆ ପାଗ ସହ ୨ ଦିନ ଯାଏଁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆଗାମୀ ୩ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ ଓ ଭଦ୍ରକ ବିଜୁଳି ଘଡଘଡ଼ି ବର୍ଷା ପାଇଁ ଚେତାବନୀ ସତ ସତର୍କ ସୂଚନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବା ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର ଓ ଦେବଗଡ଼ରେ ଭୀଷଣ ବର୍ଷା ହେବ ସହ ରେଡ ଓ୍ବାର୍ନିଂ ଜାରି ରାଯାଇଛି। ସେହିପରି କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡା, କଳାହାଣ୍ଡି, ବଲାଙ୍ଗୀର, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋରଧା, ପୁରୀ, କଟକ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି ରହିଛି। ଏଥିସହ ଅନ୍ୟାନ ଜିଲାକୁ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶୁକ୍ରବାର ଲାଗି ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ଅନୁଗୋଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ପୁରୀ, ବାଲେଶ୍ୱର, ବୌଦ୍ଧ ଓ ବରଗଡ଼ ୧୮ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଆସନ୍ତା ୨୦ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ଲହରୀ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଓଡିଶା ଉପକୂଳରେ ମେଘୁଆ ପାଗ ସହ ୪୫ରୁ ୫୦ କିମି ପବନ ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଆଶାନ୍ତ ରହିବ । ତେଣୁ ଆସନ୍ତା ୧୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ୨୪ ଘଣ୍ଟାରେ ୧୩ଟି ଜିଲାରେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ବେଳେ କଟକ ବାଙ୍କୀରେ ସର୍ବାଧିକ ୨୧୦ ମିମି ଏବଂ ଅନୁଗୁଳୁରେ ୨୦୬ ମିମି ବର୍ଷା ରେକର୍ଡ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri