ଘନୀଭୂତ ହେଉଛି ଲଘୁଚାପ, ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣଓଡିଶା -ଉତ୍ତର ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହି ଜିଲାଗୁଡିକ ହେଲା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଧା, ନୟାଗ ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କଟକ। ସେହିପରି ଆସନ୍ତା ୧୧ରେ ୧୦ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।