ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ୍‌ ଲାଗିଛି। ତାପମାତ୍ରାରେ ମଧ୍ୟ ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି। ରବିବାର ପ୍ରାୟତଃ ସବୁ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଏ ପରିସ୍ଥିତି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ଘଡ଼ଘଡ଼ି ବିଜୁଳି ସହିତ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ସତର୍କ କରାଯାଇଛି। ସେହିପରି ଭଦ୍ରକ, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ମଧ୍ୟ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ଭଦ୍ରକ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସୋମବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ଅନ୍ୟପକ୍ଷରେ ଶନିବାର ହୀରାକୁଦରେ ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ବୌଦ୍ଧ ୪୦.୮, ସମ୍ବଲପୁର ୪୦.୬, ଝାରସୁଗୁଡା ୪୦, ବରଗଡ଼ ୩୯.୪, ନୂଆପଡ଼ା ୩୯, ଭବାନୀପାଟଣା ୩୮.୫, ବାରିପଦା ୩୮.୨ ଏବଂ ଟିଟିଲାଗଡ଼ରେ ୩୮ ଡିଗ୍ରୀ ଛୁଇଁଥିଲା। ଅପରପକ୍ଷେ ଦାରିଙ୍ଗିବାଡି ଓ ନୟାଗଡ଼ରେ ସର୍ବନିମ୍ନ ୩୦ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦିଆଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?