Posted inରାଜ୍ୟ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା: ୪ଜିଲାରେ ବଡ଼ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୯।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ଏନେଇ ୪ ଜିଲାକୁ ଅରେଞ୍ଜ ଓ ୨୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୩ ଦିନ, ଅର୍ଥାତ ମେ ୩୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତିଙ୍କ କହିବା ଅନୁଯାୟୀ, ଏହି ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି। ଏହା ରାଜ୍ୟରେ ୪-୫ ଦିନ ପାଇଁ ବର୍ଷା ଜାରି ରଖିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାରେ ମେ ୨୭ ଓ ୨୮ ତାରିଖରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଏବଂ ବିଜୁଳି ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳରେ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି, କାରଣ ପବନର ବେଗ ୪୦-୫୦ କି.ମି. ପ୍ରତି ଘଣ୍ଟା ରହିପାରେ, ଯାହା କିଛି ସ୍ଥାନରେ ୬୦ କି.ମି. ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ହୋଇଛି, ଯାହା ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri