ଆସନ୍ତାକାଲି ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ଏସବୁ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮ା୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ। ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୁଧବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂଜାରି କରାଯାଇଛି। ଏସବୁଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।

ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ କଟକ ଆଦି ଜିଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri