ଆସନ୍ତାକାଲି ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ଏସବୁ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮ା୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ। ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୁଧବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂଜାରି କରାଯାଇଛି। ଏସବୁଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।

ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ କଟକ ଆଦି ଜିଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri