୩ରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୧ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ସେହିପରି ୩ ତାରିଖ ବେଳକୁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲାକୁ ପାଣିପାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ, ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି।