ଆଜି ୨୦ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୩।୮: ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ କରିଛି। ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା। ସେହିପରି ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

Share
Tags: odisha