୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି, ବିଜୁଳି ଓ ପବନ ହେବ।

ମଙ୍ଗଳବାରରୁ ବୁଧବାର ମଧ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ଓ ବିଜୁଳି ସହ ପବନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri