୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି, ବିଜୁଳି ଓ ପବନ ହେବ।

ମଙ୍ଗଳବାରରୁ ବୁଧବାର ମଧ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ଓ ବିଜୁଳି ସହ ପବନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri