ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ରହିବାକୁ ଚିଠି ଲେଖିଲେ SRC

ଭୁବନେଶ୍ୱର,୨୫।୭: ଅବପାତ ବର୍ଷାକୁ ନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି SRC। ସବୁ ଜିଲାପାଳଙ୍କୁ ସଜାଗ ରହିବାକୁ ମଧ୍ୟ SRC ପରାମର୍ଶ ଦେଇଛନ୍ତି। ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ରହିଛି। ସେହିପରି ଅନୁଗୋଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ ବି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି SRC। ଏହା ସହିତ ୨୮ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି, ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD) ଗୁରୁତ୍ୱପୂର୍ଣ୍ଣ ସତର୍କ ସୂଚନା ଜାରି କରିଛି। ଏହି ଅବପାତ ପ୍ରଭାବରେ ଓଡ଼ିଶାରେ ୨୮ ଜୁଲାଇ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଅବପାତ ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳ ହୋଇ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦିଗ ଆଗ୍ରହୀ ହେବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭାରୀ ବର୍ଷା ହୋଇପାରେ। ସେହିପରି, ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri