ଆଜି ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୯ ତାରିଖରୁ ଆହୁରି ବଢ଼ିବ

ଭୁବନେଶ୍ୱର,୧୮ା୮: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୧୯ ତାରିଖ ସକାଳୁ ବର୍ଷା ପରିମାଣ ବଢ଼ିପାରେ। ଏଥିପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ୍‌ ଓ୍ବାର୍ନିଂ ଓ ରାୟଗଡ଼ା, ଗଜପତି ଓ କଳାହାଣ୍ଡିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହି ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ବର୍ଷା ପରିମାଣ ଓ ବିସ୍ତୃତି ବଢ଼ିପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri