ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ବିଜୁଳି, ଘଡ଼ଘଡ଼ି ସହ ବହିବ ପବନ

ଭୁବନେଶ୍ୱର,୧୧।୧୮: ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର। ଦକ୍ଷିଣ ବାଂଲାଦେଶ ଓ ଏହା ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାରି ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେବାକୁ ଯାଉଛି। ଆଗାମୀ ୩/୪ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବାକୁ ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେଣୁ ଏଥିପାଇଁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ ବୋଲି ଆକଳନ କରାଯାଇଛି।
ଅପରପକ୍ଷେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟିହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଏହା ପାଖାପାଖି ଜିଲାଗୁଡିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଅଞ୍ଚଳରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ କିଛି ସ୍ଥାନରେ ଝଟ୍‌କା ପବନ ବହିବା ନେଇ ସୂଚନା ଦିଆଯାଇଛି। ଶନିବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା, ଉତ୍ତର ଉପକୂଳବର୍ତ୍ତୀ ଏବଂ ପାଖାପାଖି ଜିଲାଗୁଡିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri