ଭୟଙ୍କର ହେଉଛି ଅବପାତ! ଆଜି ରାତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୫୦ରୁ ୬୦କିମି ବେଗରେ ବହିବ ପବନ

ଭୁବନେଶ୍ୱର,୩୦।୫: ବାଂଲାଦେଶ ଏବଂ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଶୁକ୍ରବାର ଦୁର୍ବଳ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରିଛି। ଏହା ବାଂଲାଦେଶର ଟାଙ୍ଗାଇଲରୁ ୬୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମ, ଢାକାରୁ ୧୧୦ କିଲୋମିଟର ପଶ୍ଚିମ-ଉତ୍ତରପଶ୍ଚିମ, ଭାରତର ବେରହାମପୁରରୁ ୧୨୦ କିଲୋମିଟର ଉତ୍ତର-ପୂର୍ବ ଏବଂ ଶିଲଂରୁ ୩୦୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ଥିଲା। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଦିଗରେ ଗତି କରି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କ ପାଇଁ ପ୍ରବଳ ବର୍ଷା (୨୦ ସେଣ୍ଟିମିଟରରୁ ଅଧିକ) ନେଇ ରେଡ ଆଲର୍ଟ ଜାରି କରିଛି। ଓଡ଼ିଶାରେ ଜୁନ ୧ ପର୍ଯ୍ୟନ୍ତ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି।

ଶୁକ୍ରବାର କାଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୁଳ, ଧେନକାନାଳ ଏବଂ ଗଜପତି ଜିଲ୍ଲାରେ ଦିନର ଅପରାହ୍ନ ବା ସଂଧ୍ୟା ସମୟରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ମେ ୩୦ ପର୍ଯ୍ୟନ୍ତ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ୬୦ କିଲୋମିଟର ପର୍ଯ୍ୟନ୍ତ ଗତି କରିପାରେ।

ଏହା ସହିତ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲାକୁ ସମ୍ପୂର୍ଣ୍ଣ ଆଚ୍ଛାଦିତ କରିଛି। ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ମଧ୍ୟ ଏହା ଆଚ୍ଛାଦିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri