ଗଜାଲବାଡି ଘାଟିରେ ଅଟକିଲା ଭାରୀଯାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ ): ଗୋପାଳପୁରରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥର ଗଜାଲବାଡି ଘାଟିରେ ବିଭିନ୍ନ ସମୟରେ ଭାରୀଯାନଗୁଡିକ ଦୁର୍ଘଟଣା ଗ୍ରସ୍ତ ହେଉଛି। ଏଭଳିସ୍ଥିତିରେ ଭାରୀଯାନଗୁଡିକ ରାସ୍ତାରେ ଅଟକି ରହିବାରୁ ଜନସାଧାରଣଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ଶୁକ୍ରବାର ସନ୍ଧ୍ୟାରେ ଉତ୍ତର ପ୍ରଦେଶରୁ ବ୍ରହ୍ମପୁର ଯାଉଥିବା ଏକ ୧୬ ଚକିଆ ଟ୍ରକ ଘାଟିର ଏକ ବୁଲାଣିରେ ଫସି ରହିଥିଲା। ଫଳରେ ରାସ୍ତାରେ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।

ଅନ୍ୟପକ୍ଷେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଉକ୍ତ ରାସ୍ତା ଦେଇ ଭାରୀଯାନ ଚଳାଚଳ କରିବାକୁ ମନା କରାଯାଇଛି। ଏପରିକି ସୂଚନା ପ୍ରଦାନ ପାଇଁ ଏକାଧିକ ସ୍ଥାନରେ ସାଇନ ବୋର୍ଡ଼ ଲାଗାଯାଇଛି। ତଥାପି ଭାରୀଯାନଗୁଡିକ ଉକ୍ତ ରାସ୍ତାରେ ଅବାଧରେ ଯାତାୟତ କରୁଛି। ଫଳରେ ଉକ୍ତ ରାସ୍ତାରେ ଯାତାୟତ କରୁଥିବା ଜନସାଧାରଣ ହଇରାଣ ହରକତ ହେଉଛନ୍ତି। ଜାତୀୟରାଜପଥର ଏହି ଘାଟି ରାସ୍ତା ପ୍ରାୟ ୧୫ କି.ମି. ହେବ। ଅତି ବିପଦପୂର୍ଣ୍ଣ ଘାଟି ସହ ରାସ୍ତା ମଝିରେ ଘଞ୍ଚ ଜଙ୍ଗଲ ରହିଛି। ସେହିପରି ଘାଟି ରାସ୍ତାରେ ହାତୀ ଚଳାଚଳ କରୁଥିବାରୁ ଯାତ୍ରୀମାନେ କୌଣସି କାରଣରୁ ଅଟକି ରହିଲେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବିଶେଷ କରି ପର୍ଯ୍ୟଟକମାନେ ପରିବାର ଲୋକଙ୍କୁ ଧରି କନ୍ଧମାଳକୁ ଆସୁଥିବା ବେଳେ ଘାଟିକୁ ନେଇ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିପ୍ରତି ବିଭାଗ ପକ୍ଷରୁ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?