ନିଷେଧ ସତ୍ତ୍ୱେ ସହରକୁ ପଶୁଛି ଭାରିଯାନ

କେନ୍ଦୁଝର, ୬ା୨ (ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ନିଷେଧ ସତ୍ତ୍ୱେ ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ୍‌ ତଥା ଲାଇନ ଟ୍ରକ୍‌ ଯାତାୟାତ କରୁଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଆଗକୁ ସ୍କୁଲ ଖୋଲୁଥିବାରୁ ବହୁ ସଂଖ୍ୟାରେ ଛୋଟ ଛୋଟ ପିଲା ଯାତାୟାତ କରିବେ। ଫଳରେ ଏଭଳି ଅମାନିଆ ଟ୍ରକ୍‌ ଚଳାଚଳ ଅଧିକ ଟ୍ରାଫିକ ସମସ୍ୟା ସୃଷ୍ଟି କରିବା ସହ ଧୂଳି ଧୂଆଁ ପ୍ରଦୂଷଣ ଓ ଦୂର୍ଘଟଣା ଘଟିବା ଆଶଙ୍କା ରହୁଥିବାରୁ ଅସନ୍ତୋଷ ଦେଖାଦେଉଛି ା ସହର ମଧ୍ୟରେ ଥିବା ଏନ୍‌ଏଚ୍‌ ୪୯ ଦେଇ ହଜାର ହଜାର ସଂଖ୍ୟାରେ ଲୁହାପଥର, କୋଇଲା ଆଦି ବୋଝେଇ ଟ୍ରକ ଚଳାଚଳ ଯୋଗୁ ଟ୍ରାଫିକ ଜାମ ସହିତ ଦୁର୍ଘଟଣା ଘଟି ଧନଜୀବନ ହାନୀ ହେଉଥିଲା। ଫଳରେ ଏହାକୁ ନେଇ ଲୋକଙ୍କ ଅସନ୍ତୋଷ ବୃଦ୍ଧି ପାଇବା ଲାଗିବା ଫଳରେ ସହର ବାହାର ଦେଇ ନିର୍ମାଣ ହୋଇଥିବା ଏନ୍‌ଏଚ୍‌ ୪୯କୁ ଖୋଲି ଦିଆଯାଇଥିଲା ା ତେବେ ଖୋଲିବାର ସପ୍ତାହ ନ ପୁରୁଣୁ କୋହଳ ନିୟନ୍ତ୍ରଣ ବ୍ୟବସ୍ଥା କାରଣରୁ ପୁଣି ଥରେ ସହର ଦେଇ ଭାରିଯାନ ଚଳାଚଳ କରିବା ଫଳରେ ଅସନ୍ତୋଷ ଦେଖାଦେଇଛି ା ଏପରିକି ଗାନ୍ଧୀ ଛକ ନିକଟରେ ନିୟୋଜିତ ଟ୍ରାଫିକ ପୋଲିସଙ୍କୁ ମଧ୍ୟ ବାରମ୍ବାର ଗାଡି ଗୁଡିକ ଫେରାଇବାକୁ ପଡୁଛି ା ଫଳରେ ସେମାନଙ୍କୁ ମଧ୍ୟ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏଣୁ ଏଭଳି ବେଆଇନ ଭାବେ ସହର ଦେଇ ଯାତାୟତ କରୁଥିବା ଭାରିଯାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଫାଇନ ଆାଦାୟ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?