ଭାଜପା ପ୍ରଚାରରେ ସାମିଲ ହେଲେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ୍‌,୨୩।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜୋର୍‌ ଧରିବାରେ ଲାଗିଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର କେନ୍ଦ୍ର ଓ ରାଜ୍ୟସ୍ତରୀୟ ହେଭିଓ୍ବେଟ୍‌ ସାମିଲ ହେବାରେ ଲାଗିଛନ୍ତି। ଦଳୀୟ ପ୍ରାର୍ଥୀମାନଙ୍କୁ ସାଙ୍ଗରେ ଧରି ଭୋଟରଙ୍କ ନିକଟରେ ପହଞ୍ଚି ଭୋଟ୍‌ ଭିକ୍ଷା କରିବାରେ ଲାଗିଛନ୍ତି।

ଭାଜପା ପ୍ରାର୍ଥିନୀ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ବିଜୟୀ କରିବା ପାଇଁ ଦଳ ଜୋରଦାର ପ୍ରୟାସ ଚଳାଇଛି। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓଡ଼ିଶା ଗସ୍ତରେ ଆସି ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପହଞ୍ଚତ୍ ଦଳୀୟ ପ୍ରଚାରରେ ସାମିଲ ହୋଇଛନ୍ତି। ଏହି ଅବସରରେ ମନ୍ତ୍ରୀ ଟୁଡୁ ବେଲପାହାଡରେ ଏକ ଦଳୀୟ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରି କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ପରେ ବେଲପାହାଡ ପୌରପରିଷଦର ୨ନଂ. ଓ୍ବାର୍ଡ଼ ଗରାଖାଇ ଓ ପଣ୍ଡରୀ ଗ୍ରାମର ନିର୍ବାଚନ ପ୍ରଚାରରେ ସାମିଲ ହୋଇ ଦଳୀୟ ପ୍ରାର୍ଥିନୀ ପଣ୍ଡାଙ୍କ ସପକ୍ଷରେ ଭୋଟ୍‌ ଭିକ୍ଷା କରିଥିଲେ। ଏଠାରେ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରମନ୍ତ୍ରୀ ଟୁଡୁ କେନ୍ଦ୍ର ସରକାରଙ୍କ ବହୁବିଧ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ। ଏଥିରେ ବରଗଡ ଏମ୍‌ପି ସୁରେଶ ପୂଜାରୀ, ବିଧାୟିକା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା, ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ବିଧାୟିକା କୁସୁମ ଟେଟେ, ସୀମାଞ୍ଚଳ ଖଟେଇ, ପ୍ରମୋଦ ସେନାପତି, ରଘୁନନ୍ଦନ ପଣ୍ଡା, ତପନକାନ୍ତ ଜେନା ଓ ବିକାଶ ଅଗ୍ରଓ୍ବାଲ ପ୍ରମୁଖ କର୍ମକର୍ତ୍ତା ସାମିଲ ହୋଇଥିଲେ। ଏହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଏମ୍‌ପି ପ୍ରତାପ ଷଡଙ୍ଗୀ ବେଲପାହାଡରେ ପହଞ୍ଚତ୍ ସ୍ଥାନୀୟ ମହାତ୍ମାଗାନ୍ଧୀ ସ୍ମୃତି ସଦନରେ ଦଳୀୟ ପ୍ରାର୍ଥିନୀଙ୍କ ବିଜୟକୁ ନେଇ ବରିଷ୍ଠ ନାଗରିକଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ବେଲପାହାଡର ବହୁ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ଏହିପରି ପୂର୍ବତନ ଏମ୍‌ପି କନକବର୍ଦ୍ଧନ ସିଂହଦେଓ ବ୍ରଜରାଜନଗରରେ ପହଞ୍ଚି ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri