ଭାଜପା ପ୍ରଚାରରେ ସାମିଲ ହେଲେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ୍‌,୨୩।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜୋର୍‌ ଧରିବାରେ ଲାଗିଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର କେନ୍ଦ୍ର ଓ ରାଜ୍ୟସ୍ତରୀୟ ହେଭିଓ୍ବେଟ୍‌ ସାମିଲ ହେବାରେ ଲାଗିଛନ୍ତି। ଦଳୀୟ ପ୍ରାର୍ଥୀମାନଙ୍କୁ ସାଙ୍ଗରେ ଧରି ଭୋଟରଙ୍କ ନିକଟରେ ପହଞ୍ଚି ଭୋଟ୍‌ ଭିକ୍ଷା କରିବାରେ ଲାଗିଛନ୍ତି।

ଭାଜପା ପ୍ରାର୍ଥିନୀ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ବିଜୟୀ କରିବା ପାଇଁ ଦଳ ଜୋରଦାର ପ୍ରୟାସ ଚଳାଇଛି। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓଡ଼ିଶା ଗସ୍ତରେ ଆସି ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପହଞ୍ଚତ୍ ଦଳୀୟ ପ୍ରଚାରରେ ସାମିଲ ହୋଇଛନ୍ତି। ଏହି ଅବସରରେ ମନ୍ତ୍ରୀ ଟୁଡୁ ବେଲପାହାଡରେ ଏକ ଦଳୀୟ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରି କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ପରେ ବେଲପାହାଡ ପୌରପରିଷଦର ୨ନଂ. ଓ୍ବାର୍ଡ଼ ଗରାଖାଇ ଓ ପଣ୍ଡରୀ ଗ୍ରାମର ନିର୍ବାଚନ ପ୍ରଚାରରେ ସାମିଲ ହୋଇ ଦଳୀୟ ପ୍ରାର୍ଥିନୀ ପଣ୍ଡାଙ୍କ ସପକ୍ଷରେ ଭୋଟ୍‌ ଭିକ୍ଷା କରିଥିଲେ। ଏଠାରେ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରମନ୍ତ୍ରୀ ଟୁଡୁ କେନ୍ଦ୍ର ସରକାରଙ୍କ ବହୁବିଧ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ। ଏଥିରେ ବରଗଡ ଏମ୍‌ପି ସୁରେଶ ପୂଜାରୀ, ବିଧାୟିକା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା, ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ବିଧାୟିକା କୁସୁମ ଟେଟେ, ସୀମାଞ୍ଚଳ ଖଟେଇ, ପ୍ରମୋଦ ସେନାପତି, ରଘୁନନ୍ଦନ ପଣ୍ଡା, ତପନକାନ୍ତ ଜେନା ଓ ବିକାଶ ଅଗ୍ରଓ୍ବାଲ ପ୍ରମୁଖ କର୍ମକର୍ତ୍ତା ସାମିଲ ହୋଇଥିଲେ। ଏହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଏମ୍‌ପି ପ୍ରତାପ ଷଡଙ୍ଗୀ ବେଲପାହାଡରେ ପହଞ୍ଚତ୍ ସ୍ଥାନୀୟ ମହାତ୍ମାଗାନ୍ଧୀ ସ୍ମୃତି ସଦନରେ ଦଳୀୟ ପ୍ରାର୍ଥିନୀଙ୍କ ବିଜୟକୁ ନେଇ ବରିଷ୍ଠ ନାଗରିକଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ବେଲପାହାଡର ବହୁ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ଏହିପରି ପୂର୍ବତନ ଏମ୍‌ପି କନକବର୍ଦ୍ଧନ ସିଂହଦେଓ ବ୍ରଜରାଜନଗରରେ ପହଞ୍ଚି ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri