ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

ପାଟଣା,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରପଡ଼ା ବ୍ଲକ ୨୯ନଂ. ଜିଲା ପରିଷଦ ଜୋନ୍‌କୁ ହାତେଇବା କ୍ଷମତାସୀନ ବିଜେଡି ଓ ବିରୋଧୀ ଭାଜପା ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଏଠାରୁ ଲଢ଼ୁଥିବା ବେଳେ ନବାଗତ ବୁଦ୍ଧଦେବ ମହାକୁଡ଼ଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଉଭୟ ଦଳର ହେଭିଓ୍ବେଟ ନେତା ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାରରେ ଲାଗି ପଡ଼ିଛନ୍ତି।
ଆସନରୁ ସର୍ବାଧିକ ୫ଜଣ ପ୍ରାର୍ଥୀ ଦଳୀୟ ଟିକଟରେ ଲଢ଼ୁଥିବା ବେଳେ ଜଣେ ସ୍ବାଧୀନ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗତ ପଞ୍ଚାୟତ ନିର୍ବାଚନରେ ଏହି ଆସନରୁ ବିଜେଡିର କୌଶଲ୍ୟା ନାଏକ ୪୯୬ ଭୋଟ ବ୍ୟବଧାନରେ ଭାଜପା ପ୍ରାର୍ଥୀଙ୍କୁ ହରାଇଥିଲେ। ୨୦୧୭ରେ ଅଂଶୁମାନ ୩୦ନଂ. ଜିଲା ପରିଷଦ ଜୋନ୍‌ରେ ଲଢ଼ି ୩ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ। ଏହି ଆସନରେ ଜିଲା ଭାଜପା ସଭାପତି ପ୍ରାର୍ଥୀ ହୋଇଥିବାରୁ କଂଗ୍ରେସ, ଆମ୍‌ ଆଦମୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମଧ୍ୟ ପ୍ରାର୍ଥୀ ଦେଇଛନ୍ତି। ବିଜେଡି ପକ୍ଷରୁ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ବିଧାୟକ ଜଗନ୍ନାଥ ନାଏକ ଓ ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର ପ୍ରଚାର ମଙ୍ଗ ଧରିଛନ୍ତି। ଶନିବାର ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଗୋଲେଖ ମହାପାତ୍ର ୨୯ନଂ.ଜୋନରେ ଅଂଶୁମାନଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ। ସ୍ବାଧୀନ ପ୍ରାର୍ଥୀ ଖଗେଶ୍ୱର ସେଠୀଙ୍କ ଭୋଟ ବିଭାଜନ ଦ୍ୱାରା ଏହି ଆସନର ହାରଜିତ ନିର୍ଣ୍ଣୟ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri