ସରୁଛି ପ୍ରଚାର: ମଇଦାନରେ ହେଭିଓ୍ବେଟ୍‌

ଭଦ୍ରକ ଅଫିସ,୧।୧୧: ଧାମନଗର ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ଦିନ ହୋଇଥିବା ବେଳେ ଜୋରଦାର ହେଉଛି କ୍ୟାମ୍ପେନ୍‌। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ। ଭୋଟରଙ୍କୁ ନିଜ ସପକ୍ଷରେ ନେବାକୁ ପ୍ରାର୍ଥୀ ଲାଗିପଡ଼ିଛନ୍ତି। ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି ।
ବିଜେଡି ପାଇଁ ଆଜି ମଇଦାନକୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓହ୍ଲାଇଛନ୍ତି । ସେ ଦଳୀୟ ବିଧାୟକ ଓ ନେତାଙ୍କ ସହ ମିଶି ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଛନ୍ତି।
ଅନ୍ୟପକ୍ଷେ ଭାଜପାର ବିଧାୟକ, ମନ୍ତ୍ରୀ ଓ ଦଳୀୟ କର୍ମୀଙ୍କ ସହ ମିଶି ସୂର୍ଯ୍ୟବଂଶୀ ସୂରଜ ପ୍ରଚାର କରୁଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକ , ସୁର ରାଉତରାୟ, ସନ୍ତୋଷ ସିଂ ସାଲୁଜାଙ୍କ ସହ ଅନେକ ନେତା ଦଳୀୟ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ପାଇଁ ଡୋର ଟୁ ଡୋର୍‌ କ୍ୟାମ୍ପେନ କରୁଛନ୍ତି।
ସେହିପରି ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ମଧ୍ୟ ବିଭିନ୍ନ ସ୍ଥାନରେ ପହଞ୍ଚି ଲୋକଙ୍କୁ ଭୋଟ ମାଗୁଛନ୍ତି । ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?