ଏକାଠି ହେଲେ ହେଭିଓ୍ବେଟ୍‌: ମୋକିମ୍‌ଙ୍କ ଘରେ ଖାଇବେ ଭକ୍ତ

କଟକ,୩।୩: କଟକରେ ପିସିସି ସଭାପତି ଭକ୍ତ ଦାସ ଏବଂ କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମ ଏକାଠି ହୋଇଛନ୍ତି। ଦୁଇ ବରିଷ୍ଠ ନେତା ଏକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ପିସିସି ସଭାପତି ହେବା ପରେ ପ୍ରଥମ ଥର ଦୁଇ ହେଭିଓ୍ବେଟଙ୍କ ମହାମିଳନ ହୋଇଛି। ପୂର୍ବରୁ ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ ମୋକିମ୍‌ ଯୋଗଦେଇ ନ ଥିଲେ। ଉଭୟଙ୍କ ମଧ୍ୟରେ ବିବାଦ ଥିବା ନେଇ ଚର୍ଚ୍ଚା ହେଉଥିଲା।
ହେଲେ ଏବେ ଏକାଠି ହୋଇ ବିଭିନ୍ନ ପ୍ରତିମୂର୍ତ୍ତିରେ ଉଭୟ ମାଲ୍ୟାର୍ପଣ କରୁଛନ୍ତି। ମୋକିମଙ୍କ ଘରକୁ ଯାଇ ଭୋଜନ କରିବେ ବୋଲି ଭକ୍ତ ଦାସ କହିଥିଲେ। ପରେ ସୋଫିଆଙ୍କୁ ଫାୟାର ବ୍ରାଣ୍ଡ ମଧ୍ୟ କହିଥିଲେ।

ଅନ୍ୟପକ୍ଷେ, ଭକ୍ତ ଦାସ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଦଳରେ ଗୁରୁଦାୟିତ୍ୱ ମିଳିବ ବୋଲି ପିସିସି ସଭାପତି ଭକ୍ତ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ମୋକିମ ଦଳର ଜଣେ ଦକ୍ଷ ନେତା। ମୁଁ ସଭାପତି ହେବା ପରେ ମୋକିମ ମୋତେ ଭେଟିଥିଲେ। ଦଳରେ କାହା ଭିତରେ ମତଭେଦ ନାହିଁ। ଏକାଠି ହୋଇ ସମସ୍ତେ ଚାଲିବା। ଆଗାମୀ ଦିନରେ ଓଡ଼ିଶାରେ କଂଗ୍ରେସ ବିପ୍ଲବ ଆଣିବ। ଯୁବପିଢ଼ି କଂଗ୍ରେସର ଭବିଷ୍ୟତ ବୋଲି ଭକ୍ତ କହିଛନ୍ତି। ଭକ୍ତଙ୍କ ଏହି ବୟାନ ପରେ କଂଗ୍ରେସ କର୍ମୀ ଏବଂ ମୋକିମଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।

ସୂଚନା ଯୋଗ୍ୟ, ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ ଏକ ପ୍ରେସ ରିଲିଜ ଜାରି କରିଥିଲେ। ଏହି ପ୍ରେସ ରିଲିଜ ମାଧ୍ୟମରେ ପିସିସି ସଭାପତି କଂଗ୍ରେସର ପୁରୁଣା କର୍ମୀ ଓ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri